ଗଞ୍ଜାମର ୯ଏନ୍‌ଏସି ବସ୍ତିବାସିନ୍ଦାଙ୍କୁ ମିଳିଲା ଭୂମି ଅଧିକାର ପ୍ରମାଣ ପତ୍ର

ଛତ୍ରପୁର(ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ଛତ୍ରପୁର ସ୍ଥିତ ଜିଲ୍ଲା ପରିଷଦ ଭବନରେ ଗୁରୁବାର ଜାଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସହରାଞ୍ଚଳ ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ଓ ମୌଳିକ ସୁବିଧା ବଣ୍ଟନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫେରେନ୍ସିଂ ମାଧ୍ୟମରେ ଭୂମି ଅଧିକାର ପ୍ରମାଣ ପତ୍ର ବଣ୍ଟନର ରାଜ୍ୟସ୍ତରୀୟ ସମାରୋହକୁ ଉଦ୍‌ଘାଟନ କରିଥିଲେ। କାର୍ଯ୍ୟକ୍ରମରେ  ୯ ଏନ୍‌ଏସିର ୨ଶହଙ୍କୁ ଏହି ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଏମ୍‌ପି ଓ ବିଧାୟକମାନେ ଉପସ୍ଥିତ ଥିଲେ।

ରିପୋର୍ଟ:ନିମାଇଁ ଚରଣ ପଣ୍ଡା