
ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଛତ୍ରପୁରରେ ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲାରେ ସମ୍ପୃକ୍ତ ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ରଙ୍କୁ ଆଶ୍ଵସ୍ତି ମିଳିଛି । ଉଭୟଙ୍କୁ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ । ପୋଲିସ ନିର୍ଦ୍ଧାରିତ ସମୟରେ ସିଡିଆର ଦାଖଲ କରିପାରିନଥିବାରୁ ଖରାଛୁଟି ପରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ସୂଚନା ମିଳିଛି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା