


ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ପୋଲିସ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ଅରୁଣ ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରି କହିଥିଲେ ଯେ ଗଞ୍ଜାମର ସାଲିସ ବିହୀନ ସଂଗ୍ରାମ ଅବିସ୍ମରଣୀୟ । ଏହି ଅବସରରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୋନମ ପଲେଇ, ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସପି ବ୍ରିଜେଶ କୁମାର ରାୟ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । ପ୍ୟାରେଡ଼ରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ । ଶେଷରେ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ବଣ୍ଟନ କରାଯାଇ କାର୍ଯ୍ୟକ୍ରମକୁ ସମାପ୍ତ କରାଯାଇଥିଲା ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା








