

ପୋଲସରା (ସମୃଦ୍ଧ ଓଡିଶା) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କୁ ନୂତନ ଭାବେ ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଭାବେ ନିଯୁକ୍ତି କରିଥିବାରୁ ଆଜି ପୋଲସରା ପିଡବ୍ଲ୍ୟୁଡି ଆଇବି ଠାରେ ପୋଲସରା ବ୍ଲକ/ଏନଏସି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ପୋଲସରା ବ୍ଲକର ଅଧ୍ୟକ୍ଷ, ଉପାଧ୍ୟକ୍ଷା, ଜିଲ୍ଲା ପରିଷଦ, ସମସ୍ତ ସରପଞ୍ଚ, ସମିତିସଭ୍ୟ ଓ ଜନ ପ୍ରତିନିଧିମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

