

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକ ପଞ୍ଚାୟତରାଜ ସମିତି ପକ୍ଷରୁ ନବନିର୍ବାଚିତ ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କୁ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି କାର୍ଯ୍ୟକ୍ରମ ଅବସରରେ ବ୍ଲକ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା । ଏଥିରେ ବିଧାୟକ ସୁବାଷ ଚନ୍ଦ୍ର ବେହେରା ବିଭିନ୍ନ ପ୍ରକାରର ବୃକ୍ଷ ରୋପଣ କରିଥିଲେ । ଏଥିରେ ଗଞ୍ଜାମ ବ୍ଲକ ବିଡିଓ, ବ୍ଲକ ଅଧ୍ୟକ୍ଷ, ସରପଞ୍ଚ, ସମିତି ସଭ୍ୟ, ବିଜେଡି ନେତୃବୃନ୍ଦ ଓ କର୍ମୀମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


