

ଗୋପାଳପୁର (ସମୃଦ୍ଧ ଓଡିଶା) ଗୋପାଳପୁର ବେଳାଭୂମି ମହୋତ୍ସବ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଵିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ଖଲିକଟ ବିଧାୟିକା ସୂଜୌମଣି ବୈଦ, ଆସିକା ସାଂସଦ ପ୍ରମିଳା ବିଷୟୀ, ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଅଭିନେତା ତଥା ବିଧାୟକ ଆକାଶ ଦାସ ନାୟକ, ବି ସି ସି ବ୍ୟାଙ୍କ ସଭାପତି ଅଲେଖ ଚୌଧୁରୀ, ରାମଚନ୍ଦ୍ର ପଣ୍ଡା, ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁ ମଞ୍ଚାସିନ ରହିଥିଲେ । ସେହିପରି ଉଦଘାଟନୀ ସନ୍ଧ୍ୟାରେ ବଲିଉଡରର ପ୍ରସିଦ୍ଧ କଣ୍ଠ ଶିଳ୍ପୀ ସନୁନିଗମ ଗୋଟିଏ ପରେ ଗୋଟିଏ ଗୀତ ଗାଇ ଦର୍ଶକଙ୍କୁ ଝୁମାଇଥିଲେ । ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱର ୭ ଏଣ୍ଟରଟେନମେଣ୍ଟ ଇଭେଣ୍ଟର ଅନିଲ, ସାଇ, ରାହୁଲ୍, ଅର୍ଜୁନ ପଣ୍ଡା ପରିଚାଳନା କରିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା




