
ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବା ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନସ୍ଲୋ ହାଇସ୍କୁଲର ଏକ କୋଠାରେ କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ ଭାବେ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ଜିଲ୍ଲାପାଳ ୩ ଲକ୍ଷ ଟଙ୍କା ଚ୍ୟାର ଟେବୁଲ କିଣିବା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟକୁ ଦିଆଯିବ ବୋଲି କହିଛନ୍ତି । ଏହାସହ ନୂତନ କ୍ୟାମ୍ପସ ପାଇଁ ୧୦ ଏକର ଜମି ମଂଜୁର କରାଯାଇଛି । ଖୁବଶୀଘ୍ର ଜମି ଚିହ୍ନଟ କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏହି ବୈଠକରେ ଉପଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ତହସିଲଦାର ନୀଳମାଧବ ଭୋଇ, ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟର ପ୍ରିନ୍ସପାଲ ବିଘ୍ନେଶ୍ୱର ପଟ୍ଟନାୟକ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା