
ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ଡିଆରଡିଏ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ଓ ଏସପିଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଗଞ୍ଜାମ ଏସ୍ପି ବ୍ରିଜେଶ୍ କୁମାର ରାଏ, ଡୁଡା ପିଡି ସବ୍ୟସାଚି ହୋତା ଉପସ୍ଥିତ ରହି ଅଭିଯୋଗ ଶୁଣାଣି କରିଥିଲେ । ଆଜିର ଶିବିରରେ ୩୫୬ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ସେଥିରୁ ୨୪୮ ଅଭିଯୋଗ ବ୍ୟକ୍ତିଗତ ଥିଲା । ୫୬ ଟି ସାମୁହିକ ଅଭିଯୋଗ ଶୁଣାଣି କରାଯାଇଥିବା ବେଳେ ଅବଶିଷ୍ଟ ୩୭ ଟି ଅଭଯୋଗ ଆଶୁ ସମାଧାନ ହୋଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୮ଜଣଙ୍କୁ ଏକଲକ୍ଷ ୫୦ ହଜାର ଟଙ୍କା ଏବଂ ୭ ଜଣଙ୍କୁ ରେଡକ୍ରସ୍ ପାଣ୍ଠିରୁ ୨୮ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ଯୋଗାଣ ଅଧିକାରୀ ବିଷ୍ଣୁ ପ୍ରସାଦ ସୁପକାର, ଗଞ୍ଜାମ ଅବକାରୀ ଅଧିକ୍ଷୀକ ରାମଚନ୍ଦ୍ର ମିଶ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବଳରାମ ସେଠୀଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତି ରହି ଅଭିଯୋଗ ଶୁଣାଣି କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


