ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ୧୨୦ ଶଯ୍ୟା ବିଶିଷ୍ଟ ସ୍ୱାସ୍ଥ୍ୟକେନ୍ଦ୍ର ହେବ…

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ କରୋନା ଆକ୍ରାନ୍ତ ଲୋକଙ୍କ ନିମନ୍ତେ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର କରାଯିବା ନେଇ ପୂର୍ତ୍ତ ବିଭାଗ ପକ୍ଷରୁ କାର୍ଯ୍ୟ ଆରମ୍ଭ ହୋଇଥିବା ଜଣାପଡିଛି । ଏଥିରେ ପ୍ରାୟ ୧୨୦ ଶଯ୍ୟା ବିଶିଷ୍ଟ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର କରାଯିବ ବୋଲି ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି ସୂଚନା ଦେଇଛନ୍ତି ।ମହାବିଦ୍ୟାଳୟର କଳା ଓ ବାଣିଜ୍ୟ ଶ୍ରେଣୀଗୃହ ଗୁଡିକର ମରାମତି ସହ ଆନୁସଙ୍ଗିକ ବ୍ୟବସ୍ଥା ମଧ୍ୟ କରାଯାଇଥିବା ଜଣାଯାଇଛି ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା