
ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ବିଧାନସଭା ଆସନରୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ତଥା ବିଜେଡି ପ୍ରାର୍ଥୀ ସୁବାସ ଚନ୍ଦ୍ର ବେହେରା ୭୪୧୫୩ ଭୋଟ ପାଇ ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେପି ପ୍ରାର୍ଥୀ ପ୍ରଶାନ୍ତ କୁମାର କରଙ୍କୁ ୨୨,୨୫୪ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି । ପ୍ରଶାନ୍ତ କୁମାର କର ମୋଟ ୫୧୮୯୯ ଭୋଟ ପାଇଛନ୍ତି । ଏହି ଅବସରରେ ବିଜେଡି କର୍ମୀଙ୍କ ମହଲରେ ଖୁସିର ଲହରୀ ଖେଳି ଯାଇଛି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା