ଜଳେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁଦିବସ ପାଳିତ…

ଜଳେଶ୍ୱର (ସମୃଦ୍ଧ ଓଡିଶା) ଭାରତର ୨ୟ ରାଷ୍ଟ୍ରପତି ଡ. ସର୍ବପଲ୍ଲି ରାଧାକ୍ରିଷ୍ଣନଙ୍କ ୧୩୨ତମ ଜନ୍ମ ଦିବସ ତଥା ୫୭ ତମ ଗୁରୁଦିବସ ଆଜି ଜଳେଶ୍ୱର ଅଂଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପାଳିତ ହୋଇ ଯାଇଛି । ଏହି ଅବସରରେ ଜଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶଶିକାନ୍ତ ପ୍ରଧାନଙ୍କ ପୌରହିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ସୁନିଲ କୁମାର ନାୟକ ମୁଖ୍ୟବକ୍ତରୂପେ ଅବସରପ୍ରାପ୍ତ ଅଧ୍ୟକ୍ଷ ବିପିନ ବିହାରୀ ବିଶ୍ୱାଳ, ସମ୍ମାନୀତ ଅତିଥିଭାବେ ଅବସରପ୍ରାପ୍ତ ଶିକ୍ଷକ ଗିରିଶ କୁମାର ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇ ଏହି ଦିବସର ପାଳନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସଂପର୍କରେ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବକ୍ତୃତା, କବିତା ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗୀତାରେ କୃତିତ୍ୱ ଲାଭ କରିୀଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ଶିକ୍ଷକ ବିଦ୍ୟାପତି ଦେ, ହରେକୃଷ୍ଣ ଜେନା, ପୂର୍ଣ୍ଣଚନ୍ଦ୍ର ଭୂୟାଁ, ମନୋରଂଜନ ମଲ୍ଲିକ, ଶ୍ରୀକାନ୍ତ ଦାସ, ସରୋଜ କୁମାର ସାସମଲ, ରାଧାଗୋବିନ୍ଦ ଜେନା ଓ ଶିକ୍ଷୟତ୍ରୀ ରାଜବାଳା ପାତ୍ର, ସ୍ୱାଣ୍ଁପ୍ରଭା ଦାସ, ମମତା ମହାନ୍ତି, କଲ୍ୟାଣୀ ନନ୍ଦୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ । ସେହିପରି ଜଳେଶ୍ୱର ହାଇସ୍କୁଲ, ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ରାମକୃଷ୍ଣ ସରକାରୀ ଉଚ୍ଚ ବିଦ୍ୟାଳୟ, ସିଦେ୍ଧଶ୍ୱର ଉଚ୍ଚ ବିଦ୍ୟାଳୟ, ଶ୍ରୀନାଥ ଚନ୍ଦ୍ର ସୀମାନ୍ତ ଉଚ୍ଚ ବିଦ୍ୟାଳୟ ପ୍ରଭୃତି ଶିକ୍ଷାନୁଷ୍ଠାନରେ ମଧ୍ୟ ଗୁରୁଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ରିପୋର୍ଟ : ଭୂପତି କୁମାର ପରିଡା