

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଏନଏସିର ୫ ନମ୍ବର ୱାର୍ଡର ବଜାର ହରିଜନ ସାହି କେନ୍ଦ୍ରର ଅଙ୍ଗନୱାଡି କର୍ମୀ ବବିତା ପଣ୍ଡା ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଶ୍ରେଷ୍ଠ ଅଙ୍ଗନୱାଡି କର୍ମୀ ରୂପେ ସମ୍ମାନିତ ହୋଇଛନ୍ତି । ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଳାଙ୍ଗେ, ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର ସାହୁ, ଛତ୍ରପୁର ବ୍ଲକ ଉପାଧ୍ୟକ୍ଷା ଅମିତା ସାହୁ, ଛତ୍ରପୁର ସିଡିପିଓ କୃଷ୍ନା କୁମାରୀ ନନ୍ଦ ଯୋଗ ଦେଇ ମହିଳା ଓ ଶିଶୁମାନଙ୍କ ପ୍ରତି ଭଲ ସେବା କରିଥିବା ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗଠନ କରି ସେମାନଙ୍କୁ ଆତ୍ମନିର୍ଭରଶିଳ କରିବା ପରୀପ୍ରେକ୍ଷୀରେ ‘ଜିଲ୍ଲାର ଶ୍ରେଷ୍ଠ ଅଙ୍ଗନୱାଡି କର୍ମୀ ରୂପେ ବବିତା ପଣ୍ଡାଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରି ସମ୍ମାନିତ କରାଯାଇଛି । ଏହି ସମ୍ମାନ ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜଣାଇଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା