ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ମଳୟ ରଞ୍ଜନ ଦଶଙ୍କ ନିର୍ଦ୍ଦେଶକ୍ରମେ ”ବିଶ୍ୱ ଏଡ଼ସ ଦିବସ” ଉପଲକ୍ଷେ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି । ଏହି ଦିବସରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଅରୁଣ ପଟ୍ଟନାୟକ, ମୁଖ୍ୟ ବିଚାର ବିଭାଗୀୟ ମାଜେଷ୍ଟ୍ରେଟ ମୁକ୍ତି ରଞ୍ଜନ ଶତପଥୀ, ରେଜିଷ୍ଟ୍ରାର ସିଭିଲ କୋର୍ଟ ସଂଜିତ କୁମାର ବେହେରା, ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅଭିଜିତ ପୁରୋହିତ ଏବଂ ଦ୍ଵିତୀୟ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ରାଜଶ୍ରୀ ଆର୍ଯ୍ୟବାଳା ତ୍ରିପାଠୀ ଯୋଗଦେଇ ଏଡ଼ସ ରୋଗର କାରଣ ଏବଂ ଏହାର ଉପଚାର ବିଷୟରେ ଲୋକମାନଙ୍କୁ ସଚେତନ କରାଇଥିଲେ । ଏହି ସଚେତନତା ରାଲି ଏ.ଏନ.ଏମ ଟ୍ରେନିଂ ସେଣ୍ଟରରୁ ଆରମ୍ଭ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ହୋଇଥିଲା ।
ରିପୋର୍ଟ : ଶୁଭମ କୁମାର ପାଣି