
ପାରଳାଖେମୁଣ୍ଡି(ସମୃଦ୍ଧ ଓଡିଶା)ଗଜପତି ଜିଲ୍ଲା କଂଗ୍ରେସ ପକ୍ଷରୁ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧିଙ୍କ ୧୦୧ ତମ ଜନ୍ମଦିବସ ପାଳିତ ହୋଇଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ବିଭୂତି ପାତ୍ରଙ୍କ ଅଧ୍ୟକ୍ଷତାରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ୍ କାର୍ଯ୍ୟାଳୟ ସଭାଗୃହରେ ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସର ବସନ୍ତ ପଣ୍ଡା,ଇଶ୍ୱର ଚନ୍ଦ୍ର ମାଝୀ,କୃଷ୍ଣ କୁମାର ବେହେରା,ସୂର୍ଯ୍ୟ ନାରାୟଣ,ସୁଜିତ୍ ଦାସଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମକର୍ତା ଉପସ୍ଥିତ ରହି ସ୍ୱର୍ଗତ ଗାନ୍ଧିଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ସ୍ମୃତିଚାରଣ କରିବା ସହ ତାଙ୍କରି ବଳିଷ୍ଠ ନେତୃତ୍ୱ ତଥା ଆଦର୍ଶରେ ଅନୁପ୍ରାଣୀତ ହେବା ପାଇଁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ।
