

ଛତ୍ରପୁର (ସମୃଦ୍ଧ ଓଡିଶା) ଆଜି ଜାତିର ଜନକ ମହାତ୍ମା ଗାନ୍ଧିଜୀଙ୍କ ୧୫୨ତମ ଓ ଶାନ୍ତିର ଦୂତ ଲାଲ ବାହାଦୂର ଶାସ୍ତ୍ରିଜୀଙ୍କ ୧୧୭ତମ ଜିଲ୍ଲା ସ୍ତରୀୟ ଜୟନ୍ତୀ ଉତ୍ସବ ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୋଭିଡ ନିୟମ ଅନୁପାଳନ କରି ପାଳିତ ହୋଇଯାଇଛି । ଏହି ଉତ୍ସବରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଜାତିର ପିତା ମହାତ୍ମା ଗାନ୍ଧୀଜୀ ଏବଂ ଶାନ୍ତିର ଦୂତ ଲାଲ ବହାଦୁର ଶାସ୍ତ୍ରୀଜୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରି ସ୍ମୃତି ଚାରଣ କରିଥିଲେ । ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଗାନ୍ଧିଜୀଙ୍କ ପ୍ରିୟ ଭଜନ ବୈଷ୍ଣବ ଜନତେ ଗାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଅମୀୟ କୁମାର ସାହୁ, ଲୀନା କୁମାରୀ ଖେସ୍, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ସହରର ସମସ୍ତ ସାମ୍ବାଦିକ, କର୍ମକାରୀଗଣ ଓ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ବୋଲି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜଣାଇଛନ୍ତି ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

