




ଢେଙ୍କାନାଳ(ସମୃଦ୍ଧ ଓଡିଶା)ଜିଲ୍ଳା ସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ପ୍ରତିଯୋଗିତା- ୨୦୧୯ ଢେଙ୍କାନାଳ ମିନି ଷ୍ଟାଡିୟମ୍ ଠାରେ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ସେବା ଅଧିକାରୀ ଡ଼ା ନିରଞ୍ଜନ ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାନନ୍ଦ ପରିଡା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ଵାମୀ, ଜିଲ୍ଲା କ୍ରୀଡା ଅଧିକାରୀ ପ୍ରଦୀପ କୁମାର ମହାନ୍ତି, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରମୁଖ ଉପସ୍ଥିତି ଥିଲେ । ଏହି କାର୍ଯ୍ୟକ୍ରମରେ ୬୫୦ ଜଣ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷା କର୍ମଚାରୀ ଅଂଶ ଗ୍ରହଣ କରିଥିଲେ । ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ସରକାରଙ୍କର ଏହା ଏକ ଅଭିନବ ପ୍ରୟାସ ବେଶ ପ୍ରଶଂସିତ ହୋଇଥିଲା ।
ରିପୋର୍ଟ : ଶୁଭମ ପାଣି