

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳରେ ଓକିଲ ସଂଘ ପକ୍ଷରୁ ମଧୁବାବୁଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଏହାପରେ ମଧୁବାବୁଙ୍କ ଜୀବନୀ ଉପରେ ଏକ ସଭା ଅନୁଷ୍ଠିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଓ ଭିଜିଲାନସ ଦଳ ତଥା ସଂଘର ସଭାପତି ସଞ୍ଜୟ କୁମାର ମିଶ୍ର, ଟଙ୍କଥର ବେହେରା ଏବଂ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି

