

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳର ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୬୧ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମିନତୀ ଦେହୁରୀ ଏବଂ ପରିଚାଳନା କମିଟିର ସଭାପତି ପ୍ରପ୍ୟ କୁମାର ପଣ୍ଡା ପତାକା ଉତ୍ତୋଳନ କରି ବାର୍ଷିକ କ୍ରୀଡା ପାଇଁ ଶପଥ ପାଠ କରାଇଥିଲେ । ଶିକ୍ଷୟତ୍ରୀ ଜୟନ୍ତୀ ବେହରା କ୍ରୀଡା ଆରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷୟତ୍ରୀମାନେ ସହଯୋଗ କରିଥିଲେ । ଏହି କ୍ରୀଡ଼ା ପ୍ରତିଯୋଗିତାରେ ବିଦ୍ୟାଳୟର ବହୁ ଛାତ୍ରୀ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି

