

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳ ଜିଲ୍ଲାର ସଦର ମହକୁମା ଠାରେ ଜିଲ୍ଲା ସ୍ୱଳ୍ପ ସଂଚୟ ବିଭାଗ ଅନୁକୁଲ୍ୟରେ ବିଶ୍ୱ ମିତ ଵ୍ୟୟିତା ଦିବସ ପାଳନ କରାଯାଇଛି । ଏହି ଉପଲକ୍ଷେ ହାଇସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା । ଏହା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ସହରର ମୁଖ୍ୟ ଆରେସ୍ଟ ପରିକ୍ରମା କରିଥିଲେ । ଜିଲ୍ଲାର ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରା ଓ ଅତିରିକ୍ତ ଜିଲ୍ଲାପାଳ କୁମାର କୁମାର ନାୟକ ପତାକା ଦେଖାଇ ଏହି ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ । ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ରଞ୍ଜନ କୁମାର ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହା ଅନୁଷ୍ଠିତ ହୋଇଥିଲା । ଛାତ୍ରଛାତ୍ରୀମାନଙ୍କୁ ମିତବ୍ୟୟିତା ସଂପର୍କିତ ବ୍ୟାନର, ବିଭିନ୍ନ ପ୍ଲାକାର୍ଡ଼ ଓ ସ୍ଲୋଗାନ ଦେଇ ଶୋଭାଯାତ୍ରା କରାଯାଇଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି

Good