
ଢେଙ୍କାନାଳ (ସମୃଦ୍ଧ ଓଡିଶା) ସରକାରୀ ପ୍ରାଥମିକ ବିଦ୍ୟାଳୟ ଦେଓଗାଁରେ ଗତକାଲି ଅପରାହ୍ନରେ ବିଶ୍ୱ ମାତୃଭାଷା ଦିବସ ବିଦ୍ୟାଳୟର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ସାହୁଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଅଛି । ଭକ୍ତ କବି ମଧୁସୂଦନ ରାଓ, ଉତ୍କଳ ଗୌରବ ମଧୁସୂଦନ ଦାସ, ସ୍ୱଭାବ କବି ଗଙ୍ଗାଧର ମେହେର, ପଲ୍ଲୀ କବି ନନ୍ଦ କିଶୋର ବଳଙ୍କ ମାତୃଭାଷା ପ୍ରତି ଅବଦାନ ଚିରସ୍ମରଣୀୟ ଏଣୁ ନିଜ ମାତୃଭାଷାର ପ୍ରମାଣ ଜ୍ଞାନ ରହିଲେ ମଣିଷ ପ୍ରତ୍ୟେକ କ୍ଷେତ୍ରରେ ଅଗ୍ରଗତି କରିବ ବୋଲି ପ୍ରଧାନଶିକ୍ଷକ ଶ୍ରୀ ସାହୁ ମତ ବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷୟତ୍ରୀ ବୃନ୍ଦ ସହଯୋଗ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି