

ପୋଲସରା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ସରକାରୀ ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପୋଷାକ ବିତରଣ ଉତ୍ସଵ, ଅଭିଭାବକ ସମ୍ମିଳନୀ ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅତିରିକ୍ତ ଶ୍ରେଣୀ ଗୃହକୁ ଉଦଘାଟନ କରିବା ସହ ଛାତ୍ର ଛାତ୍ରୀମାନଙ୍କୁ ପୋଷାକ ବିତରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ ବିଡ଼ିଓ, ତହସିଲଦାର, ବିଇଓ, ଏବିଇଓ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନୟକ ଓ ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

