

ଦିଗପହଣ୍ଡି (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ପଦ୍ମନାଭପୁର ଗ୍ରାମର ହାଇସ୍କୁଲ ପଡିଆ ଠାରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଦ୍ମନାଭପୁର ସରପଞ୍ଚ ବି. କ୍ରିଷ୍ଣାରାଓ ସୁବୁଦ୍ଧି, ଖେଳ ଶିକ୍ଷକ ମନୋଜ କୁମାର ଚୌଧୁରୀ, ସଭାପତି ବସନ୍ତ କୁମାର ନାୟକ, ଯୋଗେନ୍ଦ୍ର ବେହେରା ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ମ୍ୟାଚରେ ବହୁ ସଂଖ୍ୟାରେ ଖେଳାଳିମାନେ ଅଂଶ ଗ୍ରହଣ କରି ଫୁଟବଲ ଖେଳିଥିଲେ । ଶେଷରେ ସମସ୍ତ ଖେଳାଳିମାନଙ୍କୁ ଅତିଥିମାନଙ୍କ ଦ୍ଵାରା ସମ୍ମାନିତ କରାଯାଇ ପୁରସ୍କାର ବିତରଣ କରାଯାଇଥିଲା ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

