ପିଙ୍ଗୁଆରେ କ୍ଲଷ୍ଟର ସ୍ତରୀୟ ଶିଶୁ ପ୍ରତିଭା ଉତ୍ସବ…

ଢେଙ୍କାନାଳ (ସମୃଦ୍ଧ ଓଡିଶା) ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପିଙ୍ଗୁଆଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ପ୍ରତିଭା ଉତ୍ସବ ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷକ ପ୍ରତାପ ଚନ୍ଦ୍ର ମହାନ୍ତି ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟରୁ ୧୩୮ ଜଣ ଛାତ୍ରଛାତ୍ରୀ ଓ ୧୫ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଅଂଶ ଗ୍ରହଣ କରିଥିଲେ । ବରିଷ୍ଠ ଓ କନିଷ୍ଠ ବିଭାଗରେ ତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, କୁଇଜ, ସୃଜନଶୀଳ ଲିଖନ, ବକୃତା, ସଙ୍ଗୀତ, ମଧ୍ୟାହ୍ନଭୋଜନ, ଚିତ୍ରକଳା, ହସ୍ତକଳା, ସୁନ୍ଦର ହସ୍ତାକ୍ଷର ଓ ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତା କରାଯାଇଥିଲା । ଏହି ଉଦଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ସହ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ରମାକାନ୍ତ ବାରିକ ଯୋଗଦେଇ ପ୍ରତିଯୋଗିତାରେ କୃତି ଅର୍ଜନ କରିଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅମ୍ବୁଜ କୁମାର ମହାଳିକ ସଭାପତିତ୍ୱ କରିଥିଲେ । ସାଧନ କେନ୍ଦ୍ର ସଂଯୋଜକ ପ୍ରତାପ ଚନ୍ଦ୍ର ବାରିକ, ବାଲିକିଆରୀ ପ୍ରଧାନ ଶିକ୍ଷକ ନିତ୍ୟାନନ୍ଦ ମହାନ୍ତି, ଦଶମାଣପାଟଣା ପ୍ରଧାନ ଶିକ୍ଷକ ଦୁଃଶାସନ ନାୟକ, ବେଣ୍ଠଧର ବେହେରା, ଅନନ୍ତ ନାରାୟଣ ଶତପଥୀ, ମାଳତୀ ବେହେରା, କାଞ୍ଚନ ମଲ୍ଲିକ, କୁଳମଣି ସାହୁ, ଗଣବିଷ୍ଣୁ ମହାନ୍ତି, ସୂର୍ଯ୍ୟକାନ୍ତ ଦଳେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ପରିଶେଷରେ ଶିକ୍ଷକ ଗଣେଶ୍ୱର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

ରିପୋର୍ଟ : ଶୁଭମ କୁମାର ପାଣି