

ବୁଗୁଡ଼ା (ସମୃଦ୍ଧ ଓଡିଶା) ପିପୁଲସ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ । ଏହି ଅବସରରେ ବୁଗୁଡ଼ା ବିଡ଼ିଓ, ତହସିଲଦାର, ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀମାନଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

