

ପୋଲସର (ସମୃଦ୍ଧ ଓଡିଶା) ବୁଗୁଡା ଏନଏସି କଲ୍ୟାଣ ମଣ୍ଡପ ଠାରେ ଆବାସ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୨୦୦ରୁ ଉର୍ଦ୍ଧ୍ୱ ଯୋଗ୍ୟ ହିତାଧିକାରୀମାନଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି । ଏହି ଅବସରରେ ବୁଗୁଡା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ, ସରକାରୀ କର୍ମଚାରୀ ଓ ହିତାଧିକାରୀମାନେ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
