

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବସଷ୍ଟାଣ୍ଡ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୩ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ବିଜୁ ପରିବାରର ସମସ୍ତ କର୍ମକର୍ତ୍ତାମାନେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟା ଅର୍ପଣ କରିବା ସହ ପୋଲସରା ମେଡିକାଲ ଠାରେ ଫଳ ବଣ୍ଟନ କରିଥିଲେ । ଏଥିରେ ବହୁ ବିଜୁ ପରିବାରର କର୍ମକର୍ତ୍ତା ଓ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

