

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ଗୋପବନ୍ଧୁ ହାଇସ୍କୁଲ, ମହିଳା ମହା ବିଦ୍ୟାଳୟ ଓ ପୋଲସରା ବିଜ୍ଞାନ ମହା ବିଦ୍ୟାଳୟରେ ୭୩ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହା ବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ, ବହୁ ମାନ୍ୟଗଣ ବ୍ୟକ୍ତିଙ୍କ ସମେତ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


