

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ପୋଲସରା ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଜେପି କେନ୍ଦ୍ର ସରକାରଙ୍କ ଅହେତୁକ ଗ୍ୟାସ ଓ ତୈଳ ଦର ବୃଦ୍ଧି ବିରୁଦ୍ଧରେ ପ୍ରତିବାଦ କରି ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦ୍ୱାରା ରାଷ୍ଟ୍ରପତିଙ୍କୁ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ସେହିପରି ବୁଗୁଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ବୁଗୁଡା ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଜେପି କେନ୍ଦ୍ର ସରକାରଙ୍କ ଅହେତୁକ ଗ୍ୟାସ ଓ ତୈଳ ଦର ବୃଦ୍ଧି ବିରୁଦ୍ଧରେ ପ୍ରତିବାଦ କରି ବୁଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦ୍ୱାରା ରାଷ୍ଟ୍ରପତିଙ୍କୁ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ବିଜୁ ମହିଳା ଜନତା ଦଳର ବହୁ କର୍ମକର୍ତ୍ତାମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା




