

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ନିର୍ବାଚନ ମଣ୍ଡଳୀର ବୁଗୁଡା ବ୍ଲକ ଅନ୍ତର୍ଗତ ଗୌଡିଆ ଵୋରଦା ଗ୍ରାମ ପଞ୍ଚାୟତରେ ବିଜୁ ଜନତା ଦଳର ପଞ୍ଚାୟତ ସ୍ତରୀୟ କମିଟି ବୈଠକ ଓ କର୍ମୀ ସମ୍ମିଳନୀ ଗୌଡ଼ିଆ ଵୋରଦା ଶିବ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏଥିରେ ଗୌଡିଆ ଵୋରଦା ପଞ୍ଚାୟତର ସମସ୍ତ ୱାର୍ଡ କମିଟି ସଭ୍ୟ ଓ ସଭ୍ୟାମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
