

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ପଞ୍ଚାୟତ ସମିତି ତରଫରୁ ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଓ ନିର୍ମାଣ ଶ୍ରମିକ କାର୍ଡ ହିତାଧିକାରୀଙ୍କୁ ଘର ବଣ୍ଟନ ମେଳା ରାଣୀପଡା କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୭୦୦ରୁ ଉର୍ଦ୍ଧ୍ଵ ହିତାଧିକାରୀଙ୍କୁ ବଣ୍ଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପୋଲସରା ବ୍ଲକ ଅଧ୍ୟକ୍ଷ, ଉପାଦକ୍ଷା, ଜିଲ୍ଲା ପରିଷଦ, ସମସ୍ତ ସରପଞ୍ଚ ସମିତି ସଭ୍ୟ, ବିଡ଼ିଓ ଓ ସମସ୍ତ ବ୍ଲକ କର୍ମଚାରୀ ଏବଂ ବହୁ ହିତାଧିକାରୀମାନେ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
