
ପୋଲସରା (ସମୃଦ୍ଧ ଓଡିଶା) ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ଓଁମଶାନ୍ତି ପୋଲସରା ଠାରେ ରକ୍ଷା ବନ୍ଧନ ଉତ୍ସବ ପାଳନ ହୋଇଯାଇଛି । ଏହି ଉତ୍ସବରେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ । ଏହି କାର୍ଯ୍ୟକ୍ରମରେ ପୋଲସରା ବିଡ଼ିଓ, ଥାନା ଅଧିକାରୀ, ଏବଂ ବହୁ ମାନ୍ୟଗଣ ବ୍ୟକ୍ତିଙ୍କ ସମେତ ସମସ୍ତ ଓଁମଶାନ୍ତି ଭାଇ ଭଉଣୀ ମାନେ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା