


ଦକ୍ଷିଣ ଓଡ଼ିଶାର ବହୁ ପ୍ରତିକ୍ଷିତ ତଥା ଭାରତର ପ୍ରଥମ ଅତ୍ୟାଧୁନିକ ଶୈଳୀରେ ନିର୍ମିତ “ରକ୍ ଗାର୍ଡେନ” ଆମ୍ବପୁଆ ଠାରେ ଲୋକାର୍ପିତ ହୋଇଯାଇଛି। ଏହି ଲୋକାର୍ପିତ କାର୍ଯ୍ୟକ୍ରମରେ ମାନ୍ୟବର ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ମାନ୍ୟବର ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା, ମେୟର ଶ୍ରୀମତୀ ସଂଘମିତ୍ରା ଦଳେଇ, ଉପମେୟର ଇ.ବିବେକ ରେଡ୍ଡୀ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଡ଼ାଃ. ରମେଶ ଚନ୍ଦ୍ର ଚ୍ୟାୟୁ ପଟ୍ଟନାୟକ, ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ସୁବାସ ମହାରଣା, ଦକ୍ଷିଣାଞ୍ଚଳ ମଣ୍ଡଳ ରାଜସ୍ୱ ଆୟୁକ୍ତ ଟି. ଆଓ, ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ମହାନଗର ନିଗମ ଆୟୁକ୍ତ ଜେ. ସୋନାଲ, ବ୍ରହ୍ମପୁର ଉପ ଜିଲ୍ଲାପାଳ ଆଶୁତୋଷ କୁଳକର୍ଣି, ବହୁ କର୍ପୋରେଟର, ବୁଦ୍ଧିଜୀବି ଏବଂ ଗଣ୍ୟମାନ୍ୟ ବ୍ୟକ୍ତି ମାନେ ଉପସ୍ଥିତି ରହିଥିଲେ l
ରିପୋର୍ଟ୍ : ରଜତ ପଟ୍ଟନାୟକ