

ପୋଲସରା (ସମୃଦ୍ଧ ଓଡିଶା) ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆଜି ପୋଲସରା ନିର୍ବାଚନ ମଣ୍ଡଳୀର ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମପଞ୍ଚାୟତର ଗୋଲିଆ, ବାଦୁଆ, ଚିରିକିପଡା,ମରେଇପଲ୍ଲୀ, କୁଶପଲ୍ଲୀ, ସୀତାରାମପଲ୍ଲୀ ଠାରେ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଗୋଲିଆ ଗ୍ରାମର ପ୍ରତାପ ବରାଡ଼, ଜିତେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବହୁ ବିଜେପି କର୍ମୀ ଦଳ ତ୍ୟାଗ କରି ବିଜୁ ଜନତା ଦଳରେ ସାମିଲ ହୋଇଥିଲେ । ଏହି ଅବସରରେ ବିଜୁ ଜନତା ଦଳର ବହୁ କର୍ମକର୍ତ୍ତା ମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଦକ୍ଷିଣାଞ୍ଚଳ ବ୍ୟୁରୋ ଚିଫ ନିମାଇଁ ଚରଣ ପଣ୍ଡା ଓ ଆଶୁତୋଷ ପଟ୍ଟନାୟକ

