ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ…

ଗୋପାଳପୁର (ସମୃଦ୍ଧ ଓଡିଶା) ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ । ସୂଚନା ଅନୁଯାୟୀ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡି ଦଳରୁ ଲୋକ ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ବିହିଷ୍କୃତ କରାଯାଇଥିବା ଜଣାପଡିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଦଳ ପକ୍ଷରୁ ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ପ୍ରଦାନ କରିଛନ୍ତି । ପ୍ରଦୀପ ପାଣିଗ୍ରାହୀ ଗୋପାଳପୁରର ବିଧାୟକ ରୂପେ ତିନି ଥର ନିର୍ବାଚିତ ହୋଇଥିବା ବେଳେ ପୂର୍ବତନ ମନ୍ତ୍ରୀ ମଧ୍ୟ ହୋଇଥିଲେ ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା