

ଛତ୍ରପୁର (ସମୃଦ୍ଧ ଓଡିଶା) ବିଜେପୁର ଉପନିର୍ବାଚନରେ ବିପୁଳ ବିଜୟ ହାସଲ କରିବା ନିମନ୍ତେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଜେପୁର ଉପନିର୍ବାଚନ ପାଇଁ ଗାଇସିଲଟ ବ୍ଲକ ଅନ୍ତର୍ଗତ ରାଇସଲପଦର ଗ୍ରାମ ପଞ୍ଚାୟତର ବିଜୁ ଜନତା ଦଳର ସକ୍ରିୟ କର୍ମୀମାନଙ୍କୁ ନେଇ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ବିଜୁ ଜନତା ଦଳର ସାଂଗଠନିକ ବିଷୟରେ ଆଲୋଚନା କରିଥିଲେ । ଏହି ଅବସରରେ ବହୁ ବିଜୁ ଜନତା ଦଳର କର୍ମୀମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
