




ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ବିଡିଏ ପକ୍ଷରୁ ଆଜି ଏକ ସପ୍ତାହ ବ୍ୟାପି ବନମହୋତ୍ସବ ପାଳିତ ହୋଇଯାଇଛି । ଏହି ମହୋତ୍ସବ ଜୁଲାଇ ୧ ଠାରୁ ଜୁଲାଇ ୭ ପର୍ଯ୍ୟନ୍ତ ଅନୁଷ୍ଠିତ କରାଯିବ । ଏହି କାର୍ଯ୍ୟକ୍ରମରେ ଛତ୍ରପୁର ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ, ପୂର୍ବତନ ବ୍ରହ୍ମପୁର ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ବ୍ରହ୍ମପୁର ସାଂସଦ ସୁବାଷ ମହାରଣା ଯୋଗ ଦେଇଥିଲେ । ଏହି ଅବସରରେ ବିଭିନ୍ନ ପ୍ରକାର ବୃକ୍ଷରୋପଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା












