

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ ଠାରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ପୋଲସରା ସହରାଞ୍ଚଳର ଜନସଧାରଣଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ପାନୀୟଜଳ ପ୍ରକଳ୍ପର ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଉଦଘାଟନ କରିଛନ୍ତି । ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ, ଜନସ୍ୱାସ୍ଥ୍ୟ ବିଭାଗର ଏସଡିଓ ଓ ଜୁନିୟର ଇଂଜିନିୟର, ପୂର୍ବତନ ଅଧକ୍ଷ, ଉପାଦକ୍ଷା, ସମସ୍ତ କାଉନସିଲର ଓ ବହୁ ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା