

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗୋଳନ୍ଥରା ଥାନା ଅନ୍ତର୍ଗତ କନିସି ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ୍ ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ଶ୍ରୀମତି ପିଙ୍କି ସାହୁ ଓ ସିଦ୍ଧିଙ୍କ ପିତା ସପନ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ୨୦୨୦ ଠାରୁ ଏହି ପୁରସ୍କାର ଦିଆଯାଉଛି । ଚଳିତ ବର୍ଷ ଏହା ତୃତୀୟ ସୁରଜ୍ ପୁରସ୍କାର । ୨୦୨୨ମସିହାରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ୬ଟି ଗୁରୁତବପୂର୍ଣ ଅଙ୍ଗ ଦାନ କରି ୬ଟି ଜୀବନ ରକ୍ଷା କରିଥିବାରୁ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ । ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା ମାତାଙ୍କ ନିକଟରେ ସମାଜ ରୁଣୀ ବୋଲି ମତ ଦେଇ କହିଲେ ଯେ ଏହା ଦ୍ବାରା ସମାଜ ଉପରେ ବହୁତ୍ ଭଲ ପ୍ରଭାବ ପଡୁଛି । ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ ମୂଖ୍ୟମନ୍ତ୍ରୀ କହିଲେ ଯେ ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି । ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ । ଅଙ୍ଗ ଦାନ ଏକ ସାହସିକ ଓ ସାହସିକ ନିଷ୍ପତ୍ତି । ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ସେ କହିଥିଲେ । ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସ ପ୍ରମୁଖ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧିଙ୍କ ପରିବାରର ତ୍ୟାଗର ଉଚ୍ଚ ପ୍ରଶଂସା କରିଥିଲେ । ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (5-T) ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦେଶକ ସ୍ବାଗତ ଭାଷଣ ଦେଇଥିବା ବେଳେ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
