

ପୋଲସରା (ସମୃଦ୍ଧ ଓଡିଶା) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କୁ ନୂତନ ଭାବେ ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ନିଯୁକ୍ତି ଦେଇଥିବାରୁ ବିଶ୍ୱକର୍ମା ରାଜମିସ୍ତ୍ରୀ ସଂଘ ପକ୍ଷରୁ ଲଙ୍ଗଳେଶ୍ୱର ମନ୍ଦିର ଠାରେ ଗତକାଲି ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ କରି ସମ୍ବର୍ଦ୍ଧନା ଜଣାଇଛନ୍ତି । ଏହି କାର୍ଯ୍ୟକ୍ରମରେ ରାଜମିସ୍ତ୍ରୀ ସଂଘର ସଭାପତି ଓ କର୍ମକର୍ତ୍ତାଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

