

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ଆଦିପୁର ଗ୍ରାମର ଖେଳ ପଡ଼ିଆ ଠାରେ କୁବରେଶ୍ୱର କ୍ରିକେଟ ଟୁର୍ଣ୍ଣମେଣ୍ଟକୁ ଅନୁଷ୍ଠିତ ହୋଇଯାଇଛି । ଏହାକୁ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ଏହାସହ ପୋଲସରା ବିଧାୟକ ପ୍ରତିଯୋଗୀମାନଙ୍କୁ ଶୁଭେଛା ଜଣାଇ ପ୍ରତିଯୋଗିତାର ଶୁଭାରମ୍ଭ କରିଥିଲେ । ଏଥିରେ ବହୁ ମାନ୍ୟଗଣ ବ୍ୟକ୍ତି ଓ
ପ୍ରତିଯୋଗୀମାନେ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

