

ବୁଗୁଡ଼ା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ କୁଆନଳା ମେନ ରୋଡ଼ ଠାରେ ଜୟ ମା ସନ୍ତୋଷୀ ହ୍ୟାଣ୍ଡବଲ ଟୁର୍ଣ୍ଣମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ଗ୍ରାମର ଉନ୍ନୟନ ମୂଳକ କାର୍ଯ୍ୟ ଓ ଲୋକମାନଙ୍କ ସମସ୍ୟା ବୁଝିଲେ । ବୁଗୁଡା ବ୍ଲକ ଅଧ୍ୟକ୍ଷା, ସଭାପତି, ପୂର୍ବତନ ସରପଞ୍ଚ, ସମିତି ସଭ୍ୟ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଖେଳାଳୀମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା



