

ବୁଗୁଡ଼ା (ସମୃଦ୍ଧ ଓଡିଶା) ୭୧ତମ ସାଧାରଣତନ୍ତ୍ର ଦିବସ ବୁଗୁଡା ପିପୁଲସ ହାଇସ୍କୁଲ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଛନ୍ତି । ଏଥିରେ ବୁଗୁଡା ବ୍ଲକ ବିଡ଼ିଓ, ତହସିଲଦାର, ଆଇଆଇସି ଓ ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

