

ବୁଗୁଡ଼ା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅର୍ନ୍ତଗତ ମାଣିତାରା ଗ୍ରାମ ପଞ୍ଚାୟତ ଠାରେ “ପିଠା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହାସହ ସମସ୍ତ ଜନ ପ୍ରତିନିଧି, ସମସ୍ତ ସରକାରୀ କର୍ମଚାରୀ ଓ ଗ୍ରାମ ପଞ୍ଚାୟତର ବହୁ ମହିଳା ଓ ପୁରୁଷ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
