ଭଞ୍ଜନଗର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ସଦରମହକୁମାରେ ଆଜି ୭୪ତମ ସ୍ୱାଧୀନତା ଦିବସ ଉତ୍ସାହ ଉଦ୍ଧିପନା ସହ ପାଳିତ ହୋଇଯାଇଛି । ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । କୋଭିଡ଼-୧୯ ନିୟମ ପୂର୍ବକ ଚଳିତ ବର୍ଷ ସୀମିତ ଲୋକ ଓ ଅତିଥିଙ୍କ ଉପସ୍ଥିତରେ ଏହି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ଏହି ଅବସରରେ ତ୍ୟାଗ ଓ କର୍ତ୍ତବ୍ୟନିଷ୍ଠା କାର୍ଯ୍ୟ ପାଇଁ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କୁ କୋରନା ଯୋଦ୍ଧା ଭାବେ ସଂମାନିତ କରାଯାଇଥିଲା । ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟ ଓ ବଡ଼କୋଦଣ୍ଡା ସ୍ଥିତ ଚିଦାନଦ କୁଷ୍ଠାଶ୍ରମର ଅନ୍ତେବାସୀ ମାନକୁ ଫଳ ବଣ୍ଟନ କରାଯାଇଥିଲା । ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଡ଼ିଓ ଅନିଲ କୁମାର ସେଠୀ, ତହସିଲଦାର ଆଲୋକ କୁମାର ପ୍ରଧାନ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭ୍ରାଂଶୁ ଶେଖର ମିଶ୍ର, ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ, ଉପଖଣ୍ଡ ମେଡିକାଲ ଅଧିକ୍ଷକ ସିଂତ।ଶୁ ଶେଖର ଶତପଥୀ, ସମାଜ ସେବୀ ଶୂଳପାଣି ଶତପଥୀ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକୀର ମୋହନ ମାଝୀ, ଗଣମାଧ୍ୟମ ପ୍ରତିନିଧି ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ଅତିଥି ମାନେ ଉପସ୍ଥିତ ଥିଲେ ।
ରିପୋର୍ଟ : ନିଲୁ ବିଷୋୟୀ