

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ମଥୁରା ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଓ ବାର୍ଷିକ ଉତ୍ସବ ଗତକାଲି ପାଳିତ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ପୋଷାକ ବିତରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୋଲସରା ବିଇଓ, ସରପଞ୍ଚ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି, କମିଟି ବୃନ୍ଦ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ


