

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ଗ୍ରାମର ହାଇସ୍କୁଲ ମିନି ଷ୍ଟାଡିୟମ ଠାରେ ମଧୁବାବୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟକୁ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ଏହାସହ ହାଇସ୍କୁଲ ପରିସରରେ ବୃକ୍ଷ ରୋପଣ ମଧ୍ୟ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସରପଞ୍ଚ, ସମିତି ସଭ୍ୟ, ଏବଂ ବହୁ ମାନ୍ୟଗଣ ବ୍ୟକ୍ତିଙ୍କ ସମେତ କ୍ରିକେଟ ପ୍ରତିଯୋଗିତାମାନେ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

