

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ମନ୍ଦାର ମା ଭରାଣ୍ଡି ନୋଡ଼ାଲ ହାଇସ୍କୁଲର ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଜୋତା ଓ ପୋଷାକ ବିତରଣ କରିଥିଲେ । ଏହି ଅବସରରେ ପୋଲସରା ଏବିଇଓ, ଜିଲ୍ଲା ପରିଷଦ, ସରପଞ୍ଚ ସମିତିସଭ୍ୟ, ସ୍କୁଲ କମିଟି ବୃନ୍ଦ, ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

