


ପୋଲସରା (ସମୃଦ୍ଧ ଓଡିଶା) ଗତକାଲି ପୋଲସରା ବ୍ଲକ ଅନ୍ତର୍ଗତ ମନ୍ଦାର ଗ୍ରାମର ମା ଭରାଣ୍ଡି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ୧୮ତମ ବାର୍ଷିକ ଉତ୍ସଵ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ପୋଲସରା ବିଡ଼ିଓ, ବୁଗୁଡା ବ୍ଲକ ଉପାଦକ୍ଷ, ସରପଞ୍ଚ, ସମିତି ସଭ୍ୟ ସମେତ ବହୁ ବ୍ୟକ୍ତି ଅଂଶ ଗ୍ରହଣ କରିଥିଲେ । ଏହି ଅବସରରେ କୁନି କୁନି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା ।
ରିପୋର୍ଟ : ନିମାଇଁ ଚରଣ ପଣ୍ଡା

