ଭୁବନେଶ୍ୱର (ସମୃଦ୍ଧ ଓଡିଶା) ବିଭିନ୍ନ ସଂଖ୍ୟାଲଘୁ ଧର୍ମାନୁଷ୍ଠାନ ମାନଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିପାଇଁ ଆଜି କଟକ ବାରବାଟୀ ଅଞ୍ଚଳରୁ ଅନେକ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । କଟକ ବାରବାଟୀରୁ ଶତାଧିକ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଲୋକ ବିଜେଡ଼ି ନେତା ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚି ଫୁଲତୋଡା ଦେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି । ସାଂଖ୍ୟଲଘୁ ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାନୁଭୂତି ରହିଥିବାରୁ ସେମାନେ ଖୁସିବ୍ୟକ୍ତ କରିଛନ୍ତି ।
ରିପୋର୍ଟ : ଆକାଶ ମିଶ୍ର