

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ଆମ୍ବପୁଆ ଓ ଜଗନ୍ନାଥପୁର ଠାରେ ରେଳଧାରଣା ଉପରେ ସେତୁ(ଲେବଲ,କ୍ରସିଙ୍ଗ ସଂଖ୍ୟା-୩୦୪)ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗୋପାଳପୁର ବିଧାୟକ ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ ପ୍ରିୟାଂଶୁ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ବେହେରା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

